ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର – ବିଛା ଦିବା ୦୧.୧୭ ଗତେ ଧନୁ, ତିଥି – ପୂର୍ଣ୍ଣିମା ସନ୍ଧ୍ୟା ୦୫.୦୮ ଗତେ ପ୍ରତିପଦ, ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଅହୋରାତ୍ର, ଘାତ ବାର – ମିଥୁନ, ପୁଷ୍କର ଦୋଷ – ନାସ୍ତି
ଚିତ୍ରା- ପାରିବାରିକ ଜଞ୍ଜାଳ ବୃଦ୍ଧି ହୋଇପାରେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପୁରାତନ ରୋଗରେ କଷ୍ଟ ପାଇବେ। ଆଜିର ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରିବେ ।
ସ୍ୱାତୀ - କୌଣସି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷା ଜନିତ କଷ୍ଟ ସ୍ୱୀକାର କରିବାକୁ ପଡ଼ିପାରେ। ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ କିନ୍ତୁ କାମ ଅଟକିବ ନାହିଁ।
ବିଶାଖା - କର୍ମକ୍ଷେତ୍ରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ,ଯାହାକି ସମସ୍ୟା ସୃଷ୍ଟି କରିପାରେ। ବାଣିଜ୍ୟ, ବ୍ୟବସାୟରେ କେତେକ ପ୍ରତିବନ୍ଧକ ଲକ୍ଷ୍ୟ କରାଯାଇପାରେ। ବନ୍ଧୁଙ୍କ ସହ ଆଜିର ମନୋରଞ୍ଜନ ପ୍ରୀତିପ୍ରଦ ହେବ ।
ପ୍ରତିକାର - ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬