ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର – ବିଛା ଦିବା ୦୧.୧୭ ଗତେ ଧନୁ, ତିଥି – ପୂର୍ଣ୍ଣିମା ସନ୍ଧ୍ୟା ୦୫.୦୮ ଗତେ ପ୍ରତିପଦ, ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଅହୋରାତ୍ର, ଘାତ ବାର – ମିଥୁନ, ପୁଷ୍କର ଦୋଷ – ନାସ୍ତି
ବିଶାଖା - ନିଜ ପରିସରର ପରିସ୍ଥିତି ପ୍ରତି ଦୃଷ୍ଟି ଦେଇ କାମ କରି ଚାଲନ୍ତୁ ସଫଳତା ପାଇବାରେ କୌଣସି ଅସୁବିଧା ରହିବ ନାହିଁ । ବିଶେଷ ଭ୍ରମଣହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ ।
ଅନୁରାଧା - ବନ୍ଧୁମାନେ ଠିକ୍ ଖବର ଦେବାରେ ହେଳା କରିପାରନ୍ତି, ଯାହାକି ଉଦ୍ବେଗର କାରଣ ହୋଇପାରେ । ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ।
ଜ୍ୟୋଷ୍ଠା - ଅଭାବ ନ ଥିଲେ ମଧ୍ୟ ଯାହା ଚାହୁଁଛନ୍ତି ତାହା ନ ପାଇ ଅବସାଦ ଲାଗି ରହିବ । ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ, କିନ୍ତୁ ଲକ୍ଷ୍ୟ ହାସଲ କରିବେ ।
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ ।
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯