ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର – ବିଛା ଦିବା ୦୧.୧୭ ଗତେ ଧନୁ, ତିଥି – ପୂର୍ଣ୍ଣିମା ସନ୍ଧ୍ୟା ୦୫.୦୮ ଗତେ ପ୍ରତିପଦ, ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଅହୋରାତ୍ର, ଘାତ ବାର – ମିଥୁନ, ପୁଷ୍କର ଦୋଷ – ନାସ୍ତି
ମୂଳା - ପ୍ରତ୍ୟେକ କ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ । ପାରିବାରିକ କ୍ଷେତ୍ର ଭୋଗ ବିଳାସ ଓ ହସ ଖୁସିରେ ଅତିବାହିତ ହେବ ।
ପୂ, ଷାଢା - ନିଜର ଅନ୍ତରଙ୍ଗ ବନ୍ଧୁଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ରହିପାରନ୍ତି । ମନକଥା ମନରେ ରଖି ସୁଯୋଗକୁ ଅପେକ୍ଷା କଲେ ଯାହା ଚାହୁଁଛନ୍ତି ତାହା ପାଇଯିବେ । ସାମାଜିକ ସ୍ତରରେ ଉଲ୍ଲେଖନୀୟ କାମ କରି ପ୍ରଶଂସିତ ହେବେ ।
ଉ, ଷାଢା - କେତେକ ସାମାନ୍ୟ ଭୁଲରୁ କାମ ବିଶୃଙ୍ଖଳିତ ହୋଇଯିବାର ଆଶଙ୍କା ରହିଛି । ଆର୍ଥିକ ସ୍ୱଚ୍ଛଳତା ରହିଥିଲେ ମଧ୍ୟ ପରକଥା ଶୁଣି ମାନସିକ ଶାନ୍ତି ବ୍ୟାହତ ହୋଇପାରେ।
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ ।
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩