• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଅଚାନକ ଧନ ପ୍ରାପ୍ତିର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୪ ତାରିଖ ମଙ୍ଗଳବାର । ଚନ୍ଦ୍ର – ସିଂହ ଦିବା ୦୪.୦୫ ଗତେ କନ୍ୟା,ତିଥି – ୧୩ଶୀ ଦିବା ୦୮.୦୫ ଗତେ ୧୪ଶୀ ,ଘାତ ଚନ୍ଦ୍ର – କର୍କଟ, ମକର ଦିବା ୦୪.୦୫ ଗତେ ବୃଷ,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ୦୯.୩୫ ଗତେ ୨ପାଦ ।

Aquarius

କୁମ୍ଭ

Tuesday 04 Apr 2023

ଧନିଷ୍ଠା- ନିଦ୍ଧିଷ୍ଟ କାର‌୍ୟ୍ୟରେ କୃତକାର‌୍ୟ୍ୟ ହେବେ । ଭଲକଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଆଣିବେ । ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ଆଶା କରିଥିବା ଦିଗରୁ ଅର୍ଥ ଓ ସମ୍ମାନ ମିଳିବ । ଦୂର ସ୍ଥାନକୁ ଯିବାର ସୁଯୋଗ ପାଇବେ ।

ଶତଭିଷା- ଦୂରଯାତ୍ରା,ବାଣିଜ୍ୟ,ବ୍ୟବସାୟ କାରବାର କ୍ଷେତ୍ରରେ ଉନ୍ନତି ଆସିବ । କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ । ଦୀର୍ଘଦିନର ଆଶା ପୂରଣ ହୋଇପାରେ । ପରିଶ୍ରମ ଅନୁସାରେ ପାରିଶ୍ରମିକ ପାଇବେ ।

ପୂ, ଭାଦ୍ରପଦ- ପତ୍ନୀଙ୍କ ସହିତ ମତ ପାର୍ଥକ୍ୟ ଦେଖାଦେଇ ପାରେ । ଅବହେଳା କରିଥିବା କାର‌୍ୟ୍ୟ ପାଇଁ ଅନୁତାପ କରିବେ । ପଡୋଶିଙ୍କର ପରାମର୍ଶ ଗ୍ରହଣ କରିବେ । ବିଦ୍ୟାର୍ଥୀ କୈାଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :