ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର,ତିଥି- ୭ମୀ ରାତ୍ରି ୦୨.୩୧ ଗତେ ୮ମୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମକର ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୨.୩୧ ଗତେ ୧ ପାଦ-କୃଷିହାନି-ଭୂମିଦାନ
ପୁନର୍ବସୁ- ଆଗରୁ ଭୋଗୁଥିବା ସା୍ୱସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ । ପଡୋଶୀ ମାନେ ଅସହିଷ୍ଣୁତା ପ୍ରକାଶ କରିବେ । କୈାଣସି କାମ ସଂପୂର୍ଣ୍ଣ ହେବା ଯୋଗୁଁ ମନ ଖୁସି ରହିବ । ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ପାରିବାରିକ ଜୀବନ ଭୃତ୍ୟଲାଭ ଯୋଗ ରହିଛି ।
ପୁଷ୍ୟା- କାହାକୁ କୈାଣସି କଥା ବୁଝାଇବାରେ ଭୁଲ ହୋଇପାରେ । ସାମାଜିକ କାର୍ୟ୍ୟକୁ ଯିବା ପାଈଁ ଭଲ ଅବସର ମିଳିବେ । ରାଜନେତାଙ୍କର ସମାଜରେ ଆଦର ବଢିବ । ପଢାରେ ଗୁରୁଜନଙ୍କ ଆଶ୍ରିବାଦ ଲାଭ କରିବେ ।
ଅଶ୍ଲେଷା- ଅଫିସ୍ରେ ଆପଣଙ୍କୁ ସାବଧାନ୍ ରହିବାକୁ ପଡିବ । ଜମିକୁ ନେଇ ବହୁ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହୋଇଯିବ । ମହିଳା ମାନେ ବନ୍ଧୁପରିଜନଙ୍କ ପ୍ରିୟପାତ୍ର ହେବେ ।
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨