ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର,ତିଥି- ୭ମୀ ରାତ୍ରି ୦୨.୩୧ ଗତେ ୮ମୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମକର ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୨.୩୧ ଗତେ ୧ ପାଦ-କୃଷିହାନି-ଭୂମିଦାନ
ମଘା- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର୍ୟ୍ୟ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ ।
ପୂ,ଫାଲଗୁନି- ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।
ଉ,ଫାଲଗୁନି- ଜମିଜମା କାରବାରରେ ଉପକୃତ ହେବେ । ସରକାରୀ ଚାକିରିଆ ମାନଙ୍କ ପାଇଁ ଭଲ ସୁଯୋଗ ଆସିପାରେ । ନିର୍ମାଣ କାର୍ୟ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧