ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର – ଧନୁ ଅହୋରାତ୍ର, ତିଥି – ପ୍ରତିପଦ ଦିବା ୦୧.୩୮ ଗତେ ୨ୟା, ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଦିବା ୦୧.୪୩ ଗତେ ସିଂହ, ଘାତ ବାର – ମକର, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୮.୨୪ ଗତେ ୨ ପାଦ
ମଘା - ଅସନ୍ତୋଷକୁ ବନ୍ଧୁଙ୍କ ସମ୍ମୁଖରେ ବଖାଣି ଓଲଟା ଫଳ ଭୋଗିବେ । ପରିବାର ସଦସ୍ୟଙ୍କ କାର୍ଯ୍ୟ ମନକୁ ନ ପାଇଲେ ମଧ୍ୟ କିଛି କରିବାର ଉପାୟ ପାଇବେ ନାହିଁ । କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ।
ପୂ- ଫାଲ୍ଗୁନୀ - ପ୍ରକାଶନ, ସଂଗଠନ, ରାଜନୀତି, ପ୍ରତିଦ୍ୱନ୍ଦ୍ୱିତା ତଥା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ବ୍ୟବସାୟିକ ସଫଳତା ମିଳିବ କିନ୍ତୁ ପୂର୍ଣ୍ଣ ସନ୍ତୋଷଜନକ ହେବ ନାହିଁ।
ଉ- ଫାଲ୍ଗୁନୀ - ବିଭିନ୍ନ କାରଣକୁ ନେଇ ମାନସିକ ଅସ୍ଥିରତା ସୃଷ୍ଟି ହୋଇପାରେ । ଅବଶ୍ୟ ଅଟକି ରହିଥିବା କାମଗୁଡ଼ିକୁ ପୂରା ଦମ୍ରେ କରିବାପାଇଁ ନିଷ୍ପତ୍ତି ନେବେ ।
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧