Daily Horoscope 4th July 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ବାଣିଜ୍ୟ କ୍ଷେତ୍ରରେ ଶୁଭଫଳ ପାଇବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର – ଧନୁ ଅହୋରାତ୍ର, ତିଥି – ପ୍ରତିପଦ ଦିବା ୦୧.୩୮ ଗତେ ୨ୟା, ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଦିବା ୦୧.୪୩ ଗତେ ସିଂହ, ଘାତ ବାର – ମକର, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୮.୨୪ ଗତେ ୨ ପାଦ

Aries

ମେଷ

Tuesday 04 Jul 2023

ଅଶ୍ୱନୀ - ଆକସ୍ମିକ ଭାବରେ ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ । ମଧ୍ୟାହ୍ନ ପରେ ଆଶା କରୁଥିବା ଦିଗରୁ ଅର୍ଥ ପାଇବେ । ଶିଳ୍ପ, ବାଣିଜ୍ୟ, କଳ କାରଖାନା, ହୋଟେଲ, ବ୍ୟବସାୟରୁ ସୁଫଳ ପାଇବେ ।

ଦ୍ୱିଜା - ପାରିବାରିକ କ୍ଷେତ୍ର ଗତାନୁଗତିକ ରୀତିରେ ଚାଲିବ । ନିଜର ଉଦାରତା ଓ ସହନଶୀଳତା ଗୁଣରୁ ସମସ୍ତଙ୍କର ଆଦରଣୀୟ ହେବେ। ସାମୟିକ ଭାବପ୍ରବଣତା କିମ୍ବା ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍ କରିପାରନ୍ତି ।

କୃତିକା - କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ସାମୟିକ ଦୁଶ୍ଚିନ୍ତା ବୃଦ୍ଧି ପାଇବ ।

ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :