Daily Horoscope 4th September 2024: ଏହି ରାଶିର ବ୍ୟକ୍ତି ଆଜି କୋର୍ଟ ମାମଲାରେ ବିଜୟ ଲାଭ କରିବେ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୦୪ ତାରିଖ ବୁଧବାର,ଚନ୍ଦ୍ର- ସିଂହ ଦିବା ୦୯.୫୫ ଗତେ କନ୍ୟା ,ତିଥି- ପ୍ରତିପଦ ଦିବା ୦୯.୪୭ ଗତେ ୨ୟା ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୦୯.୫୫ ଗତେ ବୃଷ ରାଶିର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୧ ପାଦ-କୁତୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୯.୪୭ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ

Aries

ମେଷ

Wednesday 04 Sep 2024

ଅଶ୍ୱନୀ- ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର‌୍ୟ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ବ୍ୟବସାୟରେ କ୍ଷତି ଘଟିବା ଯୋଗୁ କ୍ରମେ କାରବାର ସଙ୍କୁଚିତ ହେବ । ସ୍ୱାସ୍ଥ୍ୟ ସମନ୍ଧରେ ସମସ୍ୟା ଦୂର ହେବ ।

ଦ୍ୱିଜା- ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ । ଛାତ୍ରଛାତ୍ରୀ ମାନେ ପଢାପଢିରେ ଉନ୍ନତି କରିବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ

କୃତିକା- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ ।

ପ୍ରତିକାର - ପ୍ରତିଦିନ ସକାଳୁ ସୂର‌୍ୟ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :