ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ବୁଧବାର । ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୧୪ଶୀ ଦିବା ୦୯.୧୯ ଗତେ ପୂର୍ଣ୍ଣିମା,ଘାତ ଚନ୍ଦ୍ର – ବୃଷ ଅହୋରାତ୍ର, ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୧.୨୧ ପର୍ଯ୍ୟନ୍ତ ।
ବିଶାଖା- ଆଜି ଜଣେ ବନ୍ଧୁ ପରିବାରର ସମସ୍ୟା ସମାଧାନ ସକାଶେ ମାର୍ଗଦର୍ଶକ ସାଜିବେ । ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । କର୍ମ କ୍ଷେତ୍ରରେ ମାପି ଚୁପି ଚଳି ବା ଭଲ ନହେଲେ କଳହ ଲାଗିପାରେ
ଅନୁରାଧା- ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ । ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜି ବୁଲିବେ । ଅଫିସରେ ଅଧିକ କାମ କାରଣରୁ ଘର କଥା ବୁଝିବାକୁ ସମୟ ପାଇବେ ନାହିଁ ।
ଜ୍ୟୋଷ୍ଠା- ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳା ମାନେ ଅତିଥି ଚର୍ଚ୍ଚାରେ ସମୟ ବିତାଇବେ । ସାମାଜିକ ସ୍ତରରେ ମନ ବୁଝାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ
ପ୍ରତିକାର – ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯