• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th April 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ ଓ ବାଣିଜ୍ୟରେ ଲାଭବାନ ହେବେ

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୫ ତାରିଖ ଶୁକ୍ରବାର। ଚନ୍ଦ୍ର- ମକର ପ୍ରାତଃ ୦୭.୧୧ ଗତେ କୁମ୍ଭ। ତିଥି- ଏକାଦଶୀ ଦିବା ୦୧.୨୮ ଗତେ ଦ୍ୱାଦଶୀ। ଘାତଚନ୍ଦ୍ର- ସିଂହ ରାଶିର, ପ୍ରାତଃ ୦୭.୧୧ ଗତେ ମିଥୁନ ଓ ମୀନ ରାଶିର। ଘାତବାର- ବିଛା, ଧନୁ ଓ ମୀନ ରାଶିର। ପୁଷ୍କର ଦୋଷ- ଦିବା ୦୧.୨୮ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ।

Virgo

କନ୍ୟା

Friday 05 Apr 2024

ଉ , ଫାଲଗୁନୀ – ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ।

ହସ୍ତା – ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଚାକିରି ବୃତିରେ ଅଧୁରା ସ୍ୱପ୍ନ ପୂରା ହୋଇପାରେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । କୈାଣସି କାର‌୍ୟ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ ।

ଚିତ୍ରା – ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । କୌଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ ।

ପ୍ରତିକାର - ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :