ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଦିବା ୦୩.୨୧ ଗତେ ସିଂହ । ତିଥି- ପ୍ରତିପଦ ସନ୍ଧ୍ୟା ୦୬.୦୩ ଗତେ ୨ୟା । ଘାତଚନ୍ଦ୍ର- ଦିବା ୦୩.୨୧ ଗତେ କର୍କଟ ଓ ମକର ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ସନ୍ଧ୍ୟା ୦୬.୦୩ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ।
ମଘା- ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଆପଣଙ୍କର ବେପରୁଆ ମନୋଭାବ ରହିବ । ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ ।
ପୂ,ଫାଲଗୁନି- ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ ।
ଉ,ଫାଲଗୁନି- ଛାତ୍ରଛାତ୍ରୀମାନଙ୍କୁ ବହୁତ କଠିନ ପରିଶ୍ରମ କରିବାକୁ ପଡ଼ିବ । ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ପରିବାର ସଦସ୍ୟଙ୍କ ପାରସ୍ପରିକ ସହମତି ସହିତ ଆପଣ ଏକ ଭଲ ଯାନ କିଣି ପାରିବେ ।
ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ ।
ଶୁଭ ରଙ୍ଗ :ବାଇଗଣୀ
ଶୁଭ ସଂଖ୍ୟା :୧