Daily Horoscope 5th August 2024: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା...

ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଦିବା ୦୩.୨୧ ଗତେ ସିଂହ । ତିଥି- ପ୍ରତିପଦ ସନ୍ଧ୍ୟା ୦୬.୦୩ ଗତେ ୨ୟା । ଘାତଚନ୍ଦ୍ର- ଦିବା ୦୩.୨୧ ଗତେ କର୍କଟ ଓ ମକର ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ସନ୍ଧ୍ୟା ୦୬.୦୩ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ।

Aries

ମେଷ

Monday 05 Aug 2024

ଅଶ୍ୱନୀ- ସ୍ୱାସ୍ଥ୍ୟକୁ ନେଇ ନାନା ପ୍ରକାର ସମସ୍ୟାର ସାମନା କରିବାକୁ ପଡିପାରେ । ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ ।

ଦ୍ୱିଜା- ପାରିବାରରେ ସୁସ୍ଥ ବାତାବରଣ ଜାରିରହିବ । ସହିତ ଭାତୃ ସଂପର୍କରେ ଉନ୍ନତି ଘଟିବ ।  ନିଜ ବାଲ୍ୟ ବନ୍ଧୁଙ୍କୁ ବିବାହ ପ୍ରସ୍ତାବ ଦେଇପାରନ୍ତି । ସମାନ ବିଚାର ଧାରା ଲୋକଙ୍କ ସହିତ  ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି ।

କୃତିକା- ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର୍ଯ୍ୟ କରିବେ ତାହା ଅପ୍ରିୟକର ହୋଇପାରେ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ ।

ପ୍ରତିକାର -  ଅଟାରେ ଚିନି ମିଶାଇ ରୁଟି ତିଆରି କରି ଲାଲ୍ କୁକୁରକୁ ଖାଇବାକୁ ଦିଅନ୍ତୁ ।
 
ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS