ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ଗୁରୁବାର ।ଚନ୍ଦ୍ର- ମକର ଅହୋରାତ୍ର,ତିଥି- ୪ର୍ଥୀ ଦିବା ୦୧.୧୦ ଗତେ ୫ମୀ,ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ସନ୍ଧ୍ୟା ୦୫.୨୬ ପର୍ଯ୍ୟନ୍ତ ।
କୃତିକା- ବନ୍ଧୁଙ୍କ କାମକୁ ଅଗ୍ରାଧିକାର ଭିତରେ କରିବାକୁ ଯାଇ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଅନୁକୂଳ ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେବାକୁ ପଡ଼ିପାରେ।
ରୋହିଣୀ- କୌଣସି ଧାତୁ ସମ୍ବନ୍ଧୀୟ ବ୍ୟବସାୟରେ ଲାଭବାନ୍ ହେବେ । ଚାପଗ୍ରସ୍ତ ରହିବେ । ଦୂର ସମ୍ପର୍କୀୟ ବନ୍ଧୁଙ୍କ ଠାରୁ ଆର୍ଥିକ ସମ୍ବନ୍ଧୀୟ ସୁ ସମ୍ବାଦ ପାଇପାରନ୍ତି ।
ମୃଗଶିରା- ଯେତିକି ପାଇବେ ତାହାର ଦୁଇଗୁଣା ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ବ୍ୟକ୍ତିଙ୍କର ଇଚ୍ଛା ନ ଥିଲେ ସୁଦ୍ଧା ହଠାତ୍ ଦୂରକୁ ଯିବାକୁ ପଡ଼ିପାରେ। ଅବଶ୍ୟ କର୍ମକ୍ଷେତ୍ରର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ।
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬