ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ଗୁରୁବାର ।ଚନ୍ଦ୍ର- ମକର ଅହୋରାତ୍ର,ତିଥି- ୪ର୍ଥୀ ଦିବା ୦୧.୧୦ ଗତେ ୫ମୀ,ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ସନ୍ଧ୍ୟା ୦୫.୨୬ ପର୍ଯ୍ୟନ୍ତ ।
ଧନିଷ୍ଠା- ଆକସ୍ମିକଭାବରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସାହାର୍ୟ୍ୟ କାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଛାତ୍ରଛାତ୍ରୀ ମାନେ ଅଧ୍ୟୟନ ପ୍ରତି ଉତ୍ସାର୍ଗୀକୃତ ହୋଇ ଏକାଗ୍ରତା ସହିତ ସବୁକିଛି କରିବେ ।
ଶତଭିଷା- ପ୍ରଶାସନିକ ସ୍ତରରେ ଅପରାହ୍ନରେ ସମସ୍ୟାର ସମାଧାନ ହୋଇଯିବ। ପାରିବାରିକ ସ୍ତରରେ ଅର୍ଥାଭାବ ଯୋଗୁ ବିଚଳିତ ହୋଇପାରନ୍ତି। ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି ।
ପୂ,ଭାଦ୍ରପଦ- ପାରିପାର୍ଶ୍ୱିକ ପରିସ୍ଥିତି ଓ ପରିବେଶ ଆପଣଙ୍କ ପାଇଁ ସୁଖଦ ଅନୁଭୂତି ଆଣିଦେବ। ଜନ ସମାଜରେ ଆଦୃତି ଲାଭ ସାଙ୍ଗକୁ ଯାନବାହନ, ପ୍ରଶାସନ ସକାଶେ ଅନୁକୂଳତା ଅନୁଭବ କରିବେ।
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮