ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ଗୁରୁବାର ।ଚନ୍ଦ୍ର- ମକର ଅହୋରାତ୍ର,ତିଥି- ୪ର୍ଥୀ ଦିବା ୦୧.୧୦ ଗତେ ୫ମୀ,ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ସନ୍ଧ୍ୟା ୦୫.୨୬ ପର୍ଯ୍ୟନ୍ତ ।
ମୃଗଶିରା- କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ। ବାଣିଜ୍ୟ, ବ୍ୟବସାୟ କାରବାରରେ ଉନ୍ନତି କରିବେ। ରୋଗର ଦାଉ, ଋଣବୋଝ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ।
ଆଦ୍ରା- ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସି କାମ ହାସଲ କରିବାର ସୌଭାଗ୍ୟ ଅର୍ଜନ କରିପାରନ୍ତି । ପ୍ରଶଂସା ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁମାନଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରନ୍ତି।
ପୁନର୍ବସୁ- ଯାହା ଆଶା କରୁଛନ୍ତି ତାହା ପାଇବେ। ସଭାସମିତି, ବନ୍ଧୁ ସମ୍ପର୍କ ଦିଗରୁ ଆଜି ଅନୁକୂଳ ଫଳ ପାଇବେ। ମାଲି ମକଦ୍ଦମା, ଆଲୋଚନା, ଗବେଷଣା କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ।
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫