ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ଗୁରୁବାର ।ଚନ୍ଦ୍ର- ମକର ଅହୋରାତ୍ର,ତିଥି- ୪ର୍ଥୀ ଦିବା ୦୧.୧୦ ଗତେ ୫ମୀ,ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ସନ୍ଧ୍ୟା ୦୫.୨୬ ପର୍ଯ୍ୟନ୍ତ ।
ମଘା- ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ଦୃଢ଼ ମନୋବଳ ସମସ୍ୟା ସମାଧାନରେ ସହାୟକ ହେବ।
ପୂ,ଫାଲଗୁନି- ସୁମଧୁର କଥା ସମସ୍ୟାର ସମାଧାନ, ଅର୍ଥଲାଭ, ସମ୍ମାନ, କାର୍ୟ୍ୟସିଦ୍ଧି କରାଇବ। ଠିକ୍ ବିଚାର ବିନା ସରଳ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି।
ଉ,ଫାଲଗୁନି- ସାଙ୍ଗଠନିକ କାର୍ୟ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ। ବନ୍ଧୁଙ୍କ ପରାମର୍ଶରେ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ।
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧