ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ଗୁରୁବାର ।ଚନ୍ଦ୍ର- ମକର ଅହୋରାତ୍ର,ତିଥି- ୪ର୍ଥୀ ଦିବା ୦୧.୧୦ ଗତେ ୫ମୀ,ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ସନ୍ଧ୍ୟା ୦୫.୨୬ ପର୍ଯ୍ୟନ୍ତ ।
ଉ,ଫଳଗୁନି- ଜୀବନସାଥୀଙ୍କ ସହିତ ବିବାଦ ଗ୍ରସ୍ତ ହୋଇପାରନ୍ତି । ଅଭାବ ନ ଥିଲେ ମଧ୍ୟ ଅନାବଶ୍ୟକ ଖର୍ଚ୍ଚରୁ ପରିବାରରେ ମତଭେଦ ତୀବ୍ର ହେବା ଆଶଙ୍କା ରହିଛି । ସାମାଜିକ ସ୍ତରରେ ସମ୍ପର୍କ ବୃଦ୍ଧି ପାଇଲେ ମଧ୍ୟ ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଦେବ ।
ହସ୍ତା- କର୍ମକ୍ଷେତ୍ରରେ ଛୋଟ କଥାରୁ ସମାଲୋଚିତ ହୋଇପାରନ୍ତି । ଟିକିଏ ଟିକିଏ କଥାରେ ରାଗି ଯାହା ମନକୁ ଆସିଲା କହି ପକାଇବା ଦ୍ୱାରା କିଛି ସମସ୍ୟା ଆସିପାରେ । ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ
ଚିତ୍ରା- ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। ସମସ୍ୟା ସୁଧାରିବା ସକାଶେ ନିଜକୁ କିଛି କରିବାକୁ ପଡ଼ିବ । ସନ୍ଦେହାତ୍ମକ ବାତାବରଣ ମଧ୍ୟରେ ଅଣନିଃଶ୍ୱାସୀ ହେବାକୁ ପଡ଼ିପାରେ।
ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫