ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ଗୁରୁବାର ।ଚନ୍ଦ୍ର- ମକର ଅହୋରାତ୍ର,ତିଥି- ୪ର୍ଥୀ ଦିବା ୦୧.୧୦ ଗତେ ୫ମୀ,ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ସନ୍ଧ୍ୟା ୦୫.୨୬ ପର୍ଯ୍ୟନ୍ତ ।
ଚିତ୍ରା- କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ଭୁଲ୍ ବୁଝାମଣା କାରଣରୁ ଦାମ୍ପତ୍ୟରେ ତିକ୍ତତା ଦେଖାଦେବ। ନିର୍ଦ୍ଦିଷ୍ଟ ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପଡ଼ିବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି।
ସ୍ୱାତୀ- ବନ୍ଧୁଙ୍କ ଆଦରସୁହାଗ, ମନକୁ ପ୍ରଫୁଲ୍ଲିତ କରି ରଖିବ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ୟ୍ୟାଦା ବୃଦ୍ଧି ଘଟିବ। ଆର୍ଥିକ ସମସ୍ୟା, ମାମଲା, ଜମିଜମା, ପିଲାଙ୍କ ବିବାହ ସମ୍ପର୍କୀୟ ଚିନ୍ତାରେ ମନ ଅସ୍ଥିର ରହିବ।
ବିଶାଖା- କେତେକ କ୍ଷେତ୍ରରେ ମତାନ୍ତରର ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ କରିବେ ।
ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬