ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ଗୁରୁବାର ।ଚନ୍ଦ୍ର- ମକର ଅହୋରାତ୍ର,ତିଥି- ୪ର୍ଥୀ ଦିବା ୦୧.୧୦ ଗତେ ୫ମୀ,ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ସନ୍ଧ୍ୟା ୦୫.୨୬ ପର୍ଯ୍ୟନ୍ତ ।
ବିଶାଖା- କୌଣସି କଥାକୁ ଠିକ୍ ଭାବେ ବିଚାର ନ କରି ଓ ଭୁଲ୍ ନିଷ୍ପତ୍ତି ନେଇ ପରେ ଅନୁତାପ କରିପାରନ୍ତି । ବ୍ୟୟ ବୃଦ୍ଧି ଦେଖାଦେଲେ ମଧ୍ୟ , ଆୟ ବଜାୟ ରହିବ । ପରିବାରରେ ମହିଳା ମାନଙ୍କର ସ୍ୱାସ୍ଥ୍ୟରେ କିଛି ମାତ୍ରାରେ ଅବନତି ଦେଖାଦେଇପାରେ ।
ଅନୁରାଧା- ଶିଳ୍ପ, ବାଣିଜ୍ୟ, ଶେୟାର ବଜାର କ୍ଷେତ୍ରରେ ସମସ୍ୟା ଦୂର ହେବ। ବନ୍ଧୁଙ୍କ ପରୋକ୍ଷ ଶତ୍ରୁତା ହେତୁ କିଛିଟା ବ୍ୟତିକ୍ରମ ଅବଶ୍ୟ ପରିଲକ୍ଷିତ ହେବ । ରାଜନୀତିରେ ବିରୋଧୀମାନେ ପରାଜିତ ହେବେ ।
ଜ୍ୟେଷ୍ଠା- ଅଫିସରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଆଜିର କାମରେ ଲକ୍ଷ୍ୟ ହାସଲ ସକାଶେ କୂଟନୀତି ଅବଲମ୍ବନ କରିବେ। ଜମିଜମା କିମ୍ବା ଗୃହସୀମାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ଭୁଲ ବୁଝାମଣା ସୃଷ୍ଟି ହୋଇପାରେ।
ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯