ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ଗୁରୁବାର । ଚନ୍ଦ୍ର – ବୃଷ ଦିବା ୦୮.୦୫ ଗତେ ମିଥୁନ । ତିଥି- ୧୪ଶୀ ରାତ୍ରି ୦୨.୧୪ ଗତେ ପୂର୍ଣ୍ଣିମା ଘାତ ଚନ୍ଦ୍ର- ବିଛା ଦିବା ୦୮.୦୫ ଗତେ କନ୍ୟା ,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି
ପୂ , ଭାଦ୍ରପଦ - ପାରିବାରରେ ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । ଭାଇଭଉଣୀମାନେ ଆପଣଙ୍କ ସହିତ ରହିବେ । ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି
ଉ , ଭଦ୍ରପଦ- ନିଜର ଆକସ୍ମିକ ବୁଦ୍ଧି ଓ କାର୍ୟ୍ୟ କରିବା ଶୈଳିରେ ପରିବର୍ତନ ଆଣି ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ
ରେବତୀ – କିଛି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି ।
ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩