ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ଗୁରୁବାର । ଚନ୍ଦ୍ର – ବୃଷ ଦିବା ୦୮.୦୫ ଗତେ ମିଥୁନ । ତିଥି- ୧୪ଶୀ ରାତ୍ରି ୦୨.୧୪ ଗତେ ପୂର୍ଣ୍ଣିମା ଘାତ ଚନ୍ଦ୍ର- ବିଛା ଦିବା ୦୮.୦୫ ଗତେ କନ୍ୟା ,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି
ମଘା – ଜୀବାଣୁ ଜନିତ ସମସ୍ୟା ଆପଣଙ୍କୁ ଅସୁବିଧାରେ ପକାଇ ପାରେ । ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ
ପୂ , ଫାଲଗୁନୀ - ନିଜ ପରିବାରକୁ ଅଧିକ ସମୟ ଦେବା ସହିତ ହସ ଖୁସିରେ ସମୟ କାଟିବେ । ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ୟ୍ୟ ହେବେ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ ।
ଉ ,ଫାଲଗୁନୀ – କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ ।
ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧