• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th July 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରଯାତ୍ରାର ଯୋଗ ରହିଛି

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର । ଚନ୍ଦ୍ର – ଧନୁ ଦିବା ୦୧.୪୩ ଗତେ ମକର,ତିଥି – ୨ୟା ଦିବା ୧୦.୦୨ ଗତେ ୩ୟା, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ୨ ପାଦ - ପଶୁ ଓ ବଂଶହାନି- ଅନ୍ନ ଓ ତିଳକାଞନ ଦାନ ପ୍ରାତଃ ୦୫.୩୯ ଗତେ ୧ ପାଦ ।

Leo

ସିଂହ

Wednesday 05 Jul 2023

ମଘା- ନିଜର କେତେକ ବ୍ୟକ୍ତିଗତ କାରଣରୁ ପାରିବାରିକ କ୍ଷେତ୍ରରେ ଅବହେଳିତ କାର‌୍ୟ୍ୟ ସକାଶେ ଅନୁତାପ କରିବେ। ବାଣିଜ୍ୟ ଓ ବ୍ୟବସାୟରେ ସଫଳତା ହାସଲ କରିବେ। ପରିବାର ଭିତରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ।

ପୂ- ଫାଲ୍‌ଗୁନୀ- କର୍ମକ୍ଷେତ୍ରରେ ତରବରିଆ ଭାବେ କୌଣସି କାମ କଲେ ଓଲଟା ଫଳ ପାଇବେ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା ଅଦଳବଦଳ ହୋଇଯାଇପାରେ।

ଉ- ଫାଲ୍‌ଗୁନୀ- ଆର୍ଥିକ ସ୍ଥିତି ମନ୍ଦ ନ ହେଲେ ମଧ୍ୟ ଋଣ ପରିଶୋଧ କରିବା ସକାଶେ ଚିନ୍ତିତ ରହିପାରନ୍ତି । ସାଙ୍ଗଠନିକ କ୍ଷେତ୍ରରେ ଭାବୁଥିବା କାମଟିକୁ ଶେଷ କରିପାରିବେନି।

ପ୍ରତିକାର – ମାଙ୍କଡକୁ ଗୁଡ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :