• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th July 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରଯାତ୍ରାର ଯୋଗ ରହିଛି

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର । ଚନ୍ଦ୍ର – ଧନୁ ଦିବା ୦୧.୪୩ ଗତେ ମକର,ତିଥି – ୨ୟା ଦିବା ୧୦.୦୨ ଗତେ ୩ୟା, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ୨ ପାଦ - ପଶୁ ଓ ବଂଶହାନି- ଅନ୍ନ ଓ ତିଳକାଞନ ଦାନ ପ୍ରାତଃ ୦୫.୩୯ ଗତେ ୧ ପାଦ ।

Virgo

କନ୍ୟା

Wednesday 05 Jul 2023

ଉ- ଫାଲ୍‌ଗୁନୀ- ବନ୍ଧୁଙ୍କ ସକାଶେ ଅଯଥା କଷ୍ଟ ଅନୁଭବ କରିବାକୁ ପଡିପାରେ। ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ ଓ ସାଧାରଣ କଥାକୁ ଅସାଧାରଣ ଭାବେ ଚିନ୍ତା କରିବେ।

ହସ୍ତା- ପ୍ରତ୍ୟୁଷ ଯାତ୍ରାରେ ଲକ୍ଷ୍ୟସ୍ଥଳକୁ ଯିବାରେ କୌଣସି ଅସୁବିଧା ରହିବ ନାହିଁ। ପରିବାରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।

ଚିତ୍ରା- ପୂର୍ବ ଶତ୍ରୁତା କାରଣରୁ ପ୍ରତ୍ୟେକ କାର‌୍ୟ୍ୟାବଳୀର ସଠିକ୍ ସମୀକ୍ଷା କରିପାରିବେ ନାହିଁ। ବାଣିଜ୍ୟ, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା ପ୍ରଭୃତି କ୍ଷେତ୍ରରେ ସାଧାରଣ ସମସ୍ୟା ଲାଗିରହିବ।

ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :