ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୫ ତାରିଖ ସୋମବାର । ଚନ୍ଦ୍ର – ଧନୁ ଅହୋରାତ୍ର, ତିଥି – ପ୍ରତିପଦ ପ୍ରାତଃ ୦୬.୩୯ ଗତେ ୨ୟା ଘାତ ଚନ୍ଦ୍ର – ତୁଳା , କୁମ୍ଭ ଅହୋରାତ୍ର ଘାତ ବାର – ମିଥୁନ, ପୁଷ୍କର ଦୋଷ – ପ୍ରାତଃ ୦୬.୩୯ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ
ପୂ, ଭାଦ୍ରପଦ- ମନରେ ସୁଖ, ସୌହାର୍ଦ୍ଦ୍ୟ ନଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ । କୌଣସି ଜିନିଷ କ୍ରୟ କରିବା ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡିପାରେ।
ଉ, ଭାଦ୍ରପଦ- କର୍ମକ୍ଷେତ୍ରରେ, ସଭା ସମିତିରେ, ରାଜନୈତିକ ସ୍ଥିତିରେ ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପଡୋଶୀଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇପଡିବେ। କଳା, ସାହିତ୍ୟ, ସଭାସମିତି ଓ ରାଜନୈତିକ ସ୍ତରରେ ଟେନ୍ସନ୍ ଲାଗି ରହିବ।
ରେବତୀ - ପରହାତରେ ଥିବା ଧନ ସହଜରେ ପ୍ରାପ୍ତ ହେବ । ମହିଳା ମାନଙ୍କୁ କୈାଣସି ବ୍ୟକ୍ତିଙ୍କ ସହୟତା ମିଳିବ । ନୂତନ ଯାନ ବାହନ କ୍ରୟ କରିବାର ଯଥେଷ୍ଟ ସମ୍ଭାବନା ରହିଛି ।
ପ୍ରତିକାର – ହଳଦୀ ଖଣ୍ଡକୁ ଘୋରି ତିଲକ ଭାବରେ ମଥାରେ ଲଗାନ୍ତୁ ।
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩