ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୫ ତାରିଖ ସୋମବାର । ଚନ୍ଦ୍ର – ଧନୁ ଅହୋରାତ୍ର, ତିଥି – ପ୍ରତିପଦ ପ୍ରାତଃ ୦୬.୩୯ ଗତେ ୨ୟା ଘାତ ଚନ୍ଦ୍ର – ତୁଳା , କୁମ୍ଭ ଅହୋରାତ୍ର ଘାତ ବାର – ମିଥୁନ, ପୁଷ୍କର ଦୋଷ – ପ୍ରାତଃ ୦୬.୩୯ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ
ମୂଳା- ସାମୟିକ ଭାବରେ ପୁରାତନ ରୋଗରୁ ପୀଡ଼ା ଅନୁଭବ କରିପାରନ୍ତି । ନିକଟ ସମ୍ପର୍କୀୟଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହେବ ।
ପୂ, ଷାଢା- ବିଭିନ୍ନ ସମସ୍ୟାକୁ ପ୍ରତିହତ କରି କର୍ମକ୍ଷେତ୍ରରେ ନିଜର ସ୍ଥିତିକୁ ସୁଦୃଢ କରିବାରେ ସମର୍ଥ ହେବେ। ଦୀର୍ଘଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ପାରିବାରିକ ସ୍ତରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ।
ଉ, ଷାଢା- ନିଜର ଦକ୍ଷତା ଅନୁସାରେ କର୍ମ କ୍ଷେତ୍ରରେ ଉଚ୍ଚତର ପଦ ପାଇପାରନ୍ତି । କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି । ମହିଳା ମାନେ ଦୁଃଖିତ ରହିବେ ।
ପ୍ରତିକାର – ବୃହସ୍ପତିଙ୍କର ମନ୍ତ୍ର ପାଠ କରନ୍ତୁ ।
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩