ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ରବିବାର । ଚନ୍ଦ୍ର – କର୍କଟ ରାତ୍ରି ୦୯.୩୦ ଗତେ ସିଂହ,ତିଥି – ୧୩ଶୀ ଦିବା ୦୨.୦୭ ଗତେ ୧୪ଶୀ,ଘାତ ଚନ୍ଦ୍ର – ରାତ୍ରି ୦୯.୩୦ ଗତେ କର୍କଟ , ମକର,ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ
ବିଶାଖା – ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ ।
ଅନୁରାଧା – ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ
ଜ୍ୟେଷ୍ଠା – ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ମହିଳା ଅଧିକ ସମୟ ପିଲାଙ୍କ ସହିତ ବିତାଇବେ । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ । ଅନ୍ୟମାନଙ୍କର କଥା ଓ କାର୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ।
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯