• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଚାକିରି କ୍ଷେତ୍ରରେ ସନ୍ତୋଷ ଜନକ ଫଳ ମିଳିପାରେ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ଶନିବାର। ଚନ୍ଦ୍ର- ତୁଳା ଅହୋରାତ୍ର ,ତିଥି- ୩ୟା ଅହୋରାତ୍ର,ଘାତଚନ୍ଦ୍ର- ନାସ୍ତି ,ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୯.୩୨ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Pisces

ମୀନ

Saturday 05 Oct 2024

ପୂ,ଭାଦ୍ରପଦ- ସ୍ବାସ୍ଥ୍ୟ ଭଲ ରହିବ ଓ ଅର୍ଥ, ସମ୍ମାନ ପାଇବେ । ଅନ୍ୟମାନେ ଫାଇଦା ହାସଲ ପାଇଁ ସମ୍ମୁଖରେ ପ୍ରଲୋଭନଯୁକ୍ତ କଥା କହି ପାରନ୍ତି । କର୍ମକ୍ଷେତ୍ରରେ କେତେକ ବିବାଦୀୟ ଚିନ୍ତାଧାରା ମନକୁ ବ୍ୟସ୍ତବିବ୍ରତ କରିପାରେ।

ଉ,ଭାଦ୍ରପଦ- ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ର ମଧ୍ୟମ ପ୍ରକାରର ରହିବ । କର୍ମକ୍ଷେତ୍ରରେ ବନ୍ଧୁତା ଓ ବ୍ୟବସାୟରେ ଉନ୍ନତି କରିବେ । ସାଂସ୍କୃତିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଦକ୍ଷତାରୁ ପ୍ରଶଂସିତ ହେବେ।

ରେବତୀ- ପଦମର‌୍ୟ୍ୟାଦା ବୃଦ୍ଧି ଘଟିବ ଏବଂ ସଜ୍ଜନମାନଙ୍କ ସଙ୍ଗ ଲାଭକରି ସାମୟିକ ଖୁସୀ ରହିବେ । ନୂତନ ଯୋଜନାରେ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ। ପିଲାମାନଙ୍କ ପଢ଼ାସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।

ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :