Daily Horoscope 5th September 2023: ଏହି ରାଶିର ବ୍ୟକ୍ତି ସାବଧାନତା ଅବଲମ୍ବନ କରନ୍ତୁ, ନଚେତ ଅସୁବିଧାରେ ପଡ଼ିପାରନ୍ତି

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଦିବା ୦୩.୦୧ ଗତେ ବୃଷ । ତିଥି- ୬ଷ୍ଠୀ ଦିବା ୦୩.୪୬ ଗତେ ୭ମୀ । ଘାତ ଚନ୍ଦ୍ର- ମେଷ , ଦିବା ୦୩.୦୧ ଗତେ ବିଛା । ଘାତ ବାର- ମକର ।

Aries

ମେଷ

Tuesday 05 Sep 2023

ଅଶ୍ୱନୀ- ଦେହପିଡାକୁ ଉପେକ୍ଷା ନ କରି କର୍ମରେ ଲାଗି ରହିବେ । ଅର୍ଥ ଆୟକରିବା ସହିତ ମାନସମ୍ମାନ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ ।

ଦ୍ୱିଜା- ସନ୍ତାନ ମାନଙ୍କ ସଫଳତାକୁ ଦେଖି ଆପଣ ଖୁସି ଅନୁଭବ କରିବେ । ଭାବୁଥିବା କଥାକୁ ବନ୍ଧୁଙ୍କ ଆଗରେ କହି ପାରିବେ ନାହିଁ । ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ ।

କୃତିକା- ନିଜ ପରିସରରେ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଯାନ ବାହନ, ସଭାସମିତି, ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ ।

ପ୍ରତିକାର- ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :