ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୬ ତାରିଖ ଶନିବାର। ଚନ୍ଦ୍ର- କୁମ୍ଭ ଅହୋରାତ୍ର। ତିଥି- ଦ୍ୱାଦଶୀ ଦିବା ୧୦.୧୯ ଗତେ ତ୍ରୟୋଦଶୀ। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର।ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର।
କୃତିକା - ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ଆପଣ ଟିକେ ଆଳସ୍ୟ ଅନୁଭବ କରିବେ । ନୂତନ ଭାବରେ ଆରମ୍ଭ କରୁଥିବା କାର୍ୟ୍ୟରେ ବ୍ୟସ୍ତ ରହିବେ । ସମୟ ଏପରି ହେବ ଯେ ଦୁଇ ପଇସା ଜାଗାରେ ଛ ପଇସା ଖର୍ଚ୍ଚ କରିବାକୁ ପଡିବ ।
ରୋହିଣୀ – କୌଣସି କ୍ଷେତ୍ରରେ ନିବେଶ ପୂର୍ବରୁ ଦେଖିକରି ନିବେଶ କରନ୍ତୁ । ଗୃହିଣୀଙ୍କ ଘରକାମରେ ଘର ଲୋକ ସାହାର୍ୟ୍ୟ କରିବେ । ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ସତ୍ସଙ୍ଗ ଓ ଦେବତା ଦର୍ଶନରେ ମନ ନିବେଶ କରିବେ ।
ମୃଗଶିରା –ବହୁ ଦିନରୁ ସମାଧାନ ହୋଇ ପାରୁନଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ବିବ୍ରତ ହୋଇ ପଡିବେ । ମନସ୍ତାପରେ ସମୟ କଟାଇବେ ଓ ବିରକ୍ତି ଭାବ ପ୍ରକାଶ କରିବେ ।
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬