ସୈାର ମକର ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ସୋମବାର,ଚନ୍ଦ୍ର – କର୍କଟ ଦିବା ୦୩.୦୩ ଗତେ ସିଂହ,ତିଥି – ପ୍ରତିପଦ ରାତ୍ରି ୦୨.୧୮ ଗତେ ୨ୟା,ଘାତ ଚନ୍ଦ୍ର – ଦିବା ୦୩.୦୩ ଗତେ କର୍କଟ ଓ ମକର,ଘାତ ବାର- ମିଥୁନ ,ପୁଷ୍କର ଦୋଷ – ରାତ୍ରି ୦୨.୧୮ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।
ଉ- ଫାଲ୍ଗୁନୀ- ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ । ଗୁରୁଙ୍କର ପରାମର୍ଶରେ ଧର୍ମମାର୍ଗରେ ଯିବା ପାଇଁ ମନବଳାଇ ପାରନ୍ତି । ପିଲାମାନଙ୍କର ଉନ୍ନତିରେ ଖୁସି ଅନୁଭବ କରିବେ ।
ହସ୍ତା- ମାଙ୍ଗଳିକ କାର୍ୟ୍ୟ ସକାଶେ ଆତ୍ମୀୟଙ୍କ ସହ ଆଲୋଚନା କରିପାରନ୍ତି। କର୍ମକ୍ଷେତ୍ରରେ କୌଣସି ବନ୍ଧୁଙ୍କ ଅସଂଯତ କାର୍ୟ୍ୟକଳାପ ସମସ୍ୟାକୁ ବଢାଇ ଦେବ। ସାମ୍ବାଦିକତା କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ଚିତ୍ରା- ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ । ଉତରାଧିକାରୀ ସୂତ୍ରରେ କୈାଣସି ସମ୍ପତିର ମାଲିକାନା ପାଇପାରନ୍ତି । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ
ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫