• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୬ ତାରିଖ ଗୁରୁବାର । ଚନ୍ଦ୍ର- ବୃଷ ଅହୋରାତ୍ର,ତିଥି- ୯ମୀ ରାତ୍ରି ୧୦.୫୩ ଗତେ ୧୦ମୀ, ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର, ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ସନ୍ଧ୍ୟା ୦୭.୨୯ ପର୍ଯ୍ୟନ୍ତ ।

Aries

ମେଷ

Thursday 06 Feb 2025

ଅଶ୍ୱନୀ- ବ୍ୟବସାୟରେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇବା ସହ ଆୟର ମାର୍ଗ ପ୍ରଶସ୍ତ ହେବ । ଆର୍ଥିକ ପରିସ୍ଥିତି ଉତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ହୋଇପାରେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ ।

ଦ୍ୱିଜା- ପୁରାତନ ରୋଗରୁ ଉପସମ ପାଇବେ । କର୍ମ କ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହାସ ରଖି କୃତକାର‌୍ୟ୍ୟ ହେବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ

କୃତିକା- ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । ପ୍ରଶାସନିକ କ୍ଷେତ୍ରରେ ଉତେଜନା ପରିସି୍ଥତି ରହିପାରେ । ଘରୋଇ କଳହକୁ ନେଇ ଜମିକୁ ଭାଗ କରି ପାରନ୍ତି

ପ୍ରତିକାର - ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :