ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୬ ତାରିଖ ଗୁରୁବାର । ଚନ୍ଦ୍ର- ବୃଷ ଅହୋରାତ୍ର,ତିଥି- ୯ମୀ ରାତ୍ରି ୧୦.୫୩ ଗତେ ୧୦ମୀ, ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର, ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ସନ୍ଧ୍ୟା ୦୭.୨୯ ପର୍ଯ୍ୟନ୍ତ ।
ପୁନର୍ବସୁ- ପାରିବାରରେ ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । ଭାଇଭଉଣୀମାନେ ଆପଣଙ୍କ ସହିତ ରହିବେ । ଖାଦ୍ୟ ପେୟରେ ସତର୍କତା ଅବଲମ୍ବନ କରିବା ସହିତ ମାନସିକ ଚାପରୁ ଦୂରେଇ ରୁହନ୍ତୁ ।
ପୁଷ୍ୟା- ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ । ଶିକ୍ଷାକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କ୍ୟାରିୟରରେ ସଫଳତା ଆଡକୁ ଅଗ୍ରସର ହେବେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ ।
ଅଶ୍ଲେଷା- ସମ୍ପତି ପାଇଁ ସାମାନ୍ୟ ମତାନ୍ତର ସୃଷ୍ଟି ହୋଇପାରେ । ମହିଳା ମାନେ ସତ୍ତସଙ୍ଗ ଓ ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି । ବିବାଦୀୟ ପରିସ୍ଥିତିକୁ ମନ ବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି ।
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨