• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି..

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ  ତାରିଖ ୦୬ ଶନିବାର । ଚନ୍ଦ୍ର- ତୁଳା ଅହୋରାତ୍ର, ତିଥି- ୧୦ମୀ ରାତ୍ରି ୧୨.୪୨ ଗତେ ୧୧ଶୀ, ଘାତଚନ୍ଦ୍ର- ନାସ୍ତି, ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୯.୨୨ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Aries

ମେଷ

Saturday 06 Jan 2024

ଅଶ୍ୱନୀ- କୌଣସି ବନ୍ଧୁଙ୍କ ଆର୍ଥିକ ସାହାଯ୍ୟ ଓ ସହଯୋଗରୁ ମାନସିକ ଅସ୍ଥିରତା ଦୂରେଇଯିବ। ପାରିବାରିକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ । କାମଟିକୁ ଶେଷ କରିବା ସକାଶେ ବହୁତ ପ୍ରତିରୋଧର ସାମ୍ନା କରିବାକୁ ପଡ଼ିଲେ ମଧ୍ୟ ସଫଳତା ନିଶ୍ଚିତ ମିଳିବ।

ଦ୍ୱିଜା- ରାଜନୀତିରେ ସାବଧାନତାର ସହିତ ପଦକ୍ଷେପ ନିଅନ୍ତୁ । କର୍ମକ୍ଷେତ୍ରର ସମସ୍ୟାକୁ ସରଳ ସମାଧାନ କରିବାରେ ସମର୍ଥ ହେବେ । ବ୍ୟବସାୟରେ ଲାଭ ମିଳିବ ।

କୃତିକା- କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରୁ ସ୍ଥଗିତ ରହିବା ଉଚିତ୍ । କଚେରୀ ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ । ମହିଳା ମାନେ ନିଜର ବ୍ୟବହାର ପ୍ରତି ଧ୍ୟାନ ଦିଅନ୍ତୁ ।

ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :