• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି..

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ  ତାରିଖ ୦୬ ଶନିବାର । ଚନ୍ଦ୍ର- ତୁଳା ଅହୋରାତ୍ର, ତିଥି- ୧୦ମୀ ରାତ୍ରି ୧୨.୪୨ ଗତେ ୧୧ଶୀ, ଘାତଚନ୍ଦ୍ର- ନାସ୍ତି, ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୯.୨୨ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Capricorn

ମକର

Saturday 06 Jan 2024

ଉ,ଷାଢା- ପାଦ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହୋଇପାରେ । ପରିବାରରେ ଅନୁକୂଳ ପରିସ୍ଥିତି ବଜାୟ ରହିବ । ବୟସ୍କ ବ୍ୟକ୍ତିଙ୍କ ସମର୍ଥନ ପାଇ ବ୍ୟବସାୟରେ ହରେଇଥିବା ଟଙ୍କା ଫେରିପାଇପାରନ୍ତି ।

ଶ୍ରବଣା- ସରକାରୀ କିମ୍ବା ବେସରକାରୀ ସ୍ତରରୁ ପାଇବାକୁ ଥିବା ଅର୍ଥ ପାଇବେ। ସଦାବେଳେ ଝଗଡ଼ା କରିବାକୁ ଚାହିଁବସିଥିବା ଲୋକଟିର ସାମ୍ନା କିମ୍ବା ସମାଧାନ କରିବାର ଚିନ୍ତା ଲାଗି ରହିବ। ଗୁପ୍ତ ଶତ୍ରୁତା ଓ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।

ଧନିଷ୍ଠା- ସଭାସମିତିରେ ଆପଣ ଯୁକ୍ତିବଳରେ ସମସ୍ତଙ୍କ ମୁହଁ ବନ୍ଦ କରିଦେଇପାରିବେ। ଜମିଜମା କାରବାର କିମ୍ବା ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ । ତନ କର୍ମାରମ୍ଭ, ଲୋକସମ୍ପର୍କ ପାଇଁ ଦିନଟି ଭଲ।

ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :