• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆଜି ଯେଉଁ କାମ କରିବେ ସେଥିରେ ସଫଳତା ପାଇବେ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୬ ତାରିଖ ଶନିବାର। ଚନ୍ଦ୍ର- ମିଥୁନ ରାତ୍ରି ୧୦.୩୫ ଗତେ କର୍କଟ ,ତିଥି- ପ୍ରତିପଦ ରାତ୍ରି ୦୪.୨୬ ଗତେ ୨ୟା,ଘାତଚନ୍ଦ୍ର- କନ୍ୟା ରାଶିର ରାତ୍ରି ୧୦.୩୫ ପର୍ଯ୍ୟନ୍ତ ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୪.୨୬ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ନିଶାନ୍ତ ୦୪.୪୮ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Capricorn

ମକର

Saturday 06 Jul 2024

ଉ,ଷାଢା- ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର‌୍ୟ୍ୟସିଦ୍ଧି ଘଟିବ । ସମସ୍ୟା ଭାରକ୍ରାନ୍ତ ହୋଇ ମନଟା ଭଲ ଲାଗିବ ନାହିଁ । ପର‌୍ୟ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି

ଶ୍ରବଣା- ରାଜନିତିରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ବ୍ୟବସାୟ , ପରିବହନ କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ । ଶିକ୍ଷାର୍ଥୀ ମାନଙ୍କୁ ଟିକେ କଷ୍ଟ କରିବା ପାଇଁ ପଡିପାରେ । କୈାଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି

ଧନିଷ୍ଠା- ଛାତ୍ରଛାତ୍ରୀ ମାନେ ପଢାରେ ଅଗ୍ରଗତି କରିବେ । ଜମିଜମାକୁ ନେଇ କୋର୍ଟର ଦ୍ୱାରସ୍ଥ ହେବେ । ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :