ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୬ ତାରିଖ ସୋମବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୧୪ଶୀ ଦିବା ୦୪.୧୭ ଗତେ ପୂର୍ଣ୍ଣିମା ,ଘାତ ଚନ୍ଦ୍ର – କର୍କଟ , ମକର ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ନାସ୍ତି
ଅଶ୍ୱନୀ- ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଦାମ୍ପତ୍ୟ କଳହର ଅବସାନ ଘଟିବ ।
କୃତିକା- ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ରାଜନୀତିରେ ଅଗ୍ରଣୀ ଭୂମିକା ନେବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ । କ୍ରୋଧକୁ ଦମନ କରି ହସଖୁସିରେ ବାତାବରଣ ସୃଷ୍ଟି ହେବ
ଦ୍ୱିଜା- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ । କ୍ଷମତା ଶାଳୀ ହେବାର ସୁଯୋଗ ଆସିବ
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯