ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୬ ତାରିଖ ସୋମବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୧୪ଶୀ ଦିବା ୦୪.୧୭ ଗତେ ପୂର୍ଣ୍ଣିମା ,ଘାତ ଚନ୍ଦ୍ର – କର୍କଟ , ମକର ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ନାସ୍ତି
ବିଶାଖା- ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ
ଅନୁରାଧା- ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସି୍ଥରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି ।
ଜ୍ୟୋଷ୍ଠା- ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ । ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ ।
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯