ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ଶନିବାର । ଚନ୍ଦ୍ର – ତୁଳା ଦିବା ୦୩.୨୧ ଗତେ ବିଛା,ତିଥି – ପ୍ରତିପଦ ରାତ୍ରି ୦୯.୫୨ ଗତେ ୨ୟା । ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ପାଦ କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ରାତ୍ରି ୦୯.୧୨ ଗତେ ୧ ପାଦ
ଉ , ଫାଲଗୁନୀ – ବୃତିଗତ ଧନ୍ଦାରୁ ବୈଷୟିକ ଅଭିବୃଦ୍ଧି ଘଟିବ । ମିତ୍ର ଆପଣଙ୍କ ପ୍ରଶଂସା କରିଲେ ମଧ୍ୟ ସାବଧାନ ରୁହନ୍ତୁ । ପରିବାରରେ ବାତାବରଣ ଶାନ୍ତିଦାୟକ ରହିବ । ସୁସ୍ଥ ଅନୁଭବ କରିବେ । ସମ୍ବନ୍ଧରେ ଲାଗି ରହିଥିବା ତିକ୍ତତା ଦୂର ହେବ ।
ହସ୍ତା – ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୈଭାଗ୍ୟ ପ୍ରଦାନ କରିବ । କର୍ତୁପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ । ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ। ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ ।
ଚିତ୍ରା – ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ । ଗୃହିଣୀ ମାନେ କର୍ତବ୍ୟପରିୟଣ ରହିବେ । ଭୂ-ସମ୍ପତି କିଣିବା ପୂର୍ବରୁ ଶୁଭ ମୁହୂର୍ତ ଦେଖନ୍ତୁ । ଅଧିକ ଭାବୁକ ହେଲେ ମନ ଅଶାନ୍ତି ରହିବ ।
ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫