• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th April 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ପ୍ରତିପଦ ଦିବା ୧୦.୨୧ ଗତେ ୨ୟା,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା , ଧନୁ ଓ ମୀନ,ପୁଷ୍କର ଦୋଷ – ଦିବା ୧୦.୨୧ ଗତେ ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ

Pisces

ମୀନ

Friday 07 Apr 2023

ପୂ, ଭାଦ୍ରପଦ- ଆପଣ ଅଜ୍ଞାତ ବିପଦର ସମ୍ମୁଖିନ ହୋଇ ପାରନ୍ତି । କର୍ମ ତତ୍ପରତା ହେତୁ ଆଗେଇ ଚାଲିବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ । ଦୀର୍ଘଦିନରୁ ଭାଙ୍ଗିପଡିଥିବା କୌଣସି ସଂପର୍କ ପୁନଃ ପ୍ରତିଷ୍ଠିତ ହେବ ।

ଉ, ଭାଦ୍ରପଦ- ରାଜନୀତିରେ ଚାପରେ ଗତିକରିବେ । ଚାକିରୀ କ୍ଷେତ୍ରରେ ବିରୋଧି ଦଳଙ୍କ ସଂଖ୍ୟା ବଢିପାରେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । ଅଜଣା ବ୍ୟକ୍ତିଙ୍କ ସହଯୋଗରୁ , ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ ।

ରେବତୀ- ସହକର୍ମୀ ମାନଙ୍କ ସହିତ ମନୋ ମାଳିନି ଘଟିପାରେ । ଅର୍ଜିତ ଧନ ଓ ମାନ ହାନି ଘଟିପାରେ । ଦୈବୀ ଆଶ୍ରୀବାଦରୁ ସମସ୍ୟା ଗୁଡିକ ସେତେ ଗୁରୁତ୍ୱର ହେବ ନାହିଁ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି

ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :