• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th April 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୦୭ ତାରିଖ ରବିବାର । ଚନ୍ଦ୍ର- କୁମ୍ଭ ପ୍ରାତଃ ୦୭.୩୯ ଗତେ ମୀନ,ତିଥି- ୧୩ଶୀ ପ୍ରାତଃ ୦୬.୫୪ ଗତେ ୧୪ଶୀ(କ୍ଷୟ) ରାତ୍ରି ୦୩.୨୧ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ,ପ୍ରାତଃ ୦୭.୩୯ ଗତେ ଧନୁ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ଦିବା ୧୨.୫୮ ଗତେ ୧ ପାଦ-କୃଷିହାନି-ଭୂମିଦାନ

Gemini

ମିଥୁନ

Sunday 07 Apr 2024

ମୃଗଶିରା - ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । ପାରିବାରରେ ମତାନ୍ତର ସୃଷ୍ଟି ହୋଇପାରେ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ। ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି ।

ଆଦ୍ରା – ଶିକ୍ଷା ଦୃଷ୍ଟିରୁ ପିଲା ମାନଙ୍କୁ ବହୁତ ଭଲ ଫଳ ମିଳିବ ।ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି । କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । ସାଂସ୍କୃତିକ କାର‌୍ୟ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି ।

ପୁନର୍ବସୁ - ଭଲ ସମ୍ପର୍କ ନଥିବା ବ୍ୟକ୍ତିଙ୍କ ଦ୍ୱାରା ମିଥ୍ୟା ଗୁଜବରେ ଆତଙ୍କିତ ହେବା ଠିକ୍ ନୁହେଁ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :