ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୭ ତାରିଖ ଶନିବାର। ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି-୬ଷ୍ଠୀ ଦିବା ୧୧.୦୬ ଗତେ ୭ମୀ ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୧.୦୬ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ
ପୂ , ଭାଦ୍ରପଦ - ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର୍ୟ୍ୟସିଦ୍ଧି ଘଟିବ । ସମସ୍ୟା ଭାରକ୍ରାନ୍ତ ହୋଇ ମନଟା ଭଲ ଲାଗିବ ନାହିଁ । କଳହ ଲାଗିଥିବା ବନ୍ଧୁଙ୍କ ପ୍ରତି ସତର୍କ ରୁହନ୍ତୁ । ପର୍ୟ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି ।
ଉ , ଭଦ୍ରପଦ - ବିବାହ ଆଦି ଶୁଭ କାର୍ୟ୍ୟରେ ଯୋଗ ଦେଇ ମନ ଖୁସି ରହିବ । ସାମାଜିକ ସ୍ତରରେ ଜନମଙ୍ଗଳ କାମରେ ନିଜକୁ ନିଯୋଜିତ କରିପାରନ୍ତି । ରାଜନିତିରେ ସଭାସମିତିରେ ଆଗ୍ରହୀ ହୋଇପାରନ୍ତି । ଛାତ୍ରମାନେ ପଢାରେ ସାହାର୍ୟ୍ୟ ପାଇବେ ।
ରେବତୀ – ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ । ମହିଳା ମାନଙ୍କର ସମସ୍ୟା ସୁଧାରିବା କ୍ଷେତ୍ରରେ ସହଯୋଗ ଅଭାବ ରହିବ ନାହିଁ । ବାହ୍ୟ ଶତୃ ମାନଙ୍କଠାରୁ ଦୂରେଇ ରହିବା ଭଲ
ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ।
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩