ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟମାନେ ଦୋଷ ଖୋଜିବୁଲିବେ ।
ମୃଗଶିରା- ଅନ୍ୟର ସାହାଯ୍ୟ ସମର୍ଥନରେ ଲକ୍ଷହାସଲ କରିପାରିବେ । ଦୁର୍ଘଟଣାର ସମ୍ଭାବନା ଅଛି, ସତର୍କ ରୁହନ୍ତୁ । କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟମିଳିବା ଫଳରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ । ବ୍ୟବସାୟରେ ଖର୍ଚ୍ଚକୁ ସୀମିତ କରିବାରେ ସକ୍ଷମ ହେବେ।
ଆଦ୍ରା- ନୂଆ ବାହନ କିଣିବାର ଆଶା ପୂରଣ ହୋଇପାରେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ତୁମର ଦକ୍ଷତାକୁ ପୂର୍ଣ୍ଣ ଭାବରେ ବ୍ୟବହାର କରିବେ । ଆତ୍ମବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ ।
ପୁନର୍ବସୁ- ଛାତ୍ରଛାତ୍ରୀମାନେ ସ୍ୱାଭିମାନୀ ହେବେ। ଅବହେଳା କରିଥିବା କାର୍ଯ୍ୟ ପାଇଁ ଅନୁତାପ କରିବେ । ସତ୍ କର୍ମରେ ବ୍ରତୀ ହୋଇ ପାରନ୍ତି । ଖେଳ କୁଦରେ ଖୁସି ରହିବେ ।
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫