ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟମାନେ ଦୋଷ ଖୋଜିବୁଲିବେ ।
ବିଶାଖା- ଅଧିକ ସମୟ ସମାଲୋଚନାରେ କଟିପାରେ, ଜିଦ୍ ଗୁଣ ପାଇଁ ଅଶାନ୍ତି ବଢିପାରେ । ପ୍ରିୟବ୍ୟକ୍ତଙ୍କ ସହିତ ମିଶିବା ପାଇଁ ଦିନଟି ଭଲ ରହିବ । ଦୀର୍ଘ ଦିନରୁ ଲାଗିରହିଥିବା ସମସ୍ୟାର ସମାଧାନ ହେବ । କର୍ତ୍ତୃପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ।
ଅନୁରାଧା- ରାଜନୀତିରେ ନୂତନ ସମସ୍ୟାରେ ପୀଡିତ ହେବେ । କାମକୁ ପୂରା କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ ଓ ତହିଁରେ ଲାଭ ମିଳିବ । ବୈବାହିକ ଜୀବନରେ ମଧୁରତା ଆସିବ । ସାଂସ୍କୃତିକ ପରିବେଶରେ ଯୋଗଦାନ ଦେବେ।
ଜ୍ୟୋଷ୍ଠା- ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ । ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଫଳତା ପାଇବେ । ଇର୍ଷା ପରାୟଣ, ଖଳବ୍ୟକ୍ତିମାନେ ଶତ୍ରୁତା କରିଲେ ମଧ୍ୟ କ୍ଷତି ଘଟାଇ ପାରିବେ ନାହିଁ।
ପ୍ରତିକାର – ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯