• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th July 2024: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ମିଳିବ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୭ ତାରିଖ ରବିବାର,ଚନ୍ଦ୍ର- କର୍କଟ ଅହୋରାତ୍ର ତିଥି- ୨ୟା ନିଶାନ୍ତ ୦୪.୫୯ ଗତେ ୩ୟା,ଘାତଚନ୍ଦ୍ର-ନାସ୍ତି ,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ନିଶାନ୍ତ ୦୪.୫୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Leo

ସିଂହ

Sunday 07 Jul 2024

ମଘା- ପାରିବାରିକ ଅଶାନ୍ତି ଜନିତ ମାନସିକ ଅସୁସ୍ଥତାକୁ ବଢ଼ାଇଦେଇପାରେ। ପୂର୍ବ ନିର୍ଦ୍ଧାରିତ କାର‌୍ୟ୍ୟସୂଚୀ ଅନୁଯାୟୀ ଆଜିର କାମ କରିବାରେ ସଫଳତା ପାଇବେ। ଇଚ୍ଛା ଅନୁଯାୟୀ କାମଗୁଡ଼ିକ ହେବା କାରଣରୁ ମାନସିକ ସ୍ଥିରତା ରହିବ।

ପୂ- ଫାଲ୍‌ଗୁନୀ- ତଥାପି ବହୁ ଦିନରୁ ଅଟକି ରହିଥିବା କାର‌୍ୟ୍ୟଟି ଆକସ୍ମିକ ଭାବରେ ସମାଧାନ ହୋଇଯିବ। ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଓ ଖାଲି ହାତରେ ଫେରିବେ ନାହିଁ।

ଉ- ଫାଲ୍‌ଗୁନୀ- ଆର୍ଥିକ ସ୍ଥିତି ପୂର୍ବପରି ଲାଗି ରହିବା କାରଣରୁ ଧାର, କରଜ କରିବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ଘର ପାଇଁ ହେଉ କିମ୍ବା ବନ୍ଧୁ ପାଇଁ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ।

ପ୍ରତିକାର – ବିଷ୍ଣୁ ଙ୍କର ଉପାସନା କରିବ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :