ଅଶ୍ୱନୀ- ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ। ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ। କଠିନ ଶ୍ରମଜନିତ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ।
କୃତିକା- ସାହିତ୍ୟ, ସଙ୍ଗୀତ ଓ ସୃଜନାଶୀଳତା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ। ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। ରୋହିଣୀ- ଛାତ୍ରଛାତ୍ରୀ ମାନେ ଖେଳ,କୁଦ ରେ ରୁଚି ବଢାଇବେ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ। ଚାକିରିରେ କ୍ରୋଧର ବଶବର୍ତ୍ତୀ ହୁଅନ୍ତୁ ନାହିଁ । ମୃଗଶିରା- ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ସାମାଜିକ କାର୍ଯ୍ୟରେ ଆପଣଙ୍କ ରୁଚି ବଢିବ। ଖେଳାଳିଙ୍କ ଲାଗି ଦିନଟି ଭଲ ରହିବ।
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬