ଅଶ୍ୱନୀ- ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ। ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ। କଠିନ ଶ୍ରମଜନିତ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ।
ଚିତ୍ରା- ବ୍ୟବସାୟୀମାନେ କମ୍ ପରିଶ୍ରମରେ ଅଧିକ ଲାଭବାନ୍ ହେବେ । କଳା ଓ ସାହିତ୍ୟ କ୍ଷେତ୍ରରେ ଆଗ୍ରହ ବଢିବ। ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ଅଫିସରେ ଆପଣଙ୍କର ପଦୋନ୍ନତି ବିଷୟରେ ଆଲୋଚନା କରିପାରନ୍ତି । ସ୍ୱାତୀ- କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ। ପଡ଼ୋଶୀ ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ। ମହିଳାମାନେ ନିଜ ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି। ବିଶାଖା- ପୁଞି ଲଗାଣ , ଆଦାନ, ପ୍ରଦାନରେ ବିଶେଷ ଲାଭବାନ୍ ହେବେ । ଆଇନର ଆଶ୍ରୟ ନେଇ ପାରନ୍ତି । କଚେରୀ ମାମଲାରେ ଶୁଣାଣି ବିଳମ୍ବରେ ଘଟିବାରୁ ଦୁଶ୍ଚିନ୍ତା ବୃଦ୍ଧି ପାଇପାରେ।
ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬