• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଆଜି ଦିନଟି ଶୁଭ ଫଳ ପ୍ରଦାନ କରିବ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୭ ତାରିଖ ଶନିବାର । ଚନ୍ଦ୍ର-ମିଥୁନ ସନ୍ଧ୍ୟା ୦୫.୧୭ ଗତେ କର୍କଟ । ତିଥି- ୮ମୀ ଦିବା ୦୮.୦୮ ଗତେ ୯ମୀ । ଘାତ ଚନ୍ଦ୍ର- କନ୍ୟା ରାଶିର ସନ୍ଧ୍ୟା ୦୫.୧୭ ପର୍ଯ୍ୟନ୍ତ । ଘାତ ବାର- ବୃଷ,ସିଂହ ଓ କନ୍ୟା।

Libra

ତୁଳା

Saturday 07 Oct 2023

ଚିତ୍ରା- ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ । ସୁସ୍ଥ ମାନସିକତା ରକ୍ଷା କରିବେ । ଭାଇଙ୍କ ଠାରୁ ସାହାର‌୍ୟ୍ୟ ସହଯୋଗ ପାଇ ଚିନ୍ତା ମୁକ୍ତ ରହିବେ ।

ସ୍ୱାତୀ- ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ସଘର୍ଷ କରି ବିଜୟ ଲାଭ ପାଇବେ । କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ  ଲାଭବାନ୍ ହେବେ ।

ବିଶାଖା- ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳା ମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ । ନିଜ ପାଇଁ କିଛି ବାସୋପଯୋଗି ଭୂମି ବା ଘର କ୍ରୟ କରିପାରନ୍ତି ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ