• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଆଜି ଦିନଟି ଶୁଭ ଫଳ ପ୍ରଦାନ କରିବ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୭ ତାରିଖ ଶନିବାର । ଚନ୍ଦ୍ର-ମିଥୁନ ସନ୍ଧ୍ୟା ୦୫.୧୭ ଗତେ କର୍କଟ । ତିଥି- ୮ମୀ ଦିବା ୦୮.୦୮ ଗତେ ୯ମୀ । ଘାତ ଚନ୍ଦ୍ର- କନ୍ୟା ରାଶିର ସନ୍ଧ୍ୟା ୦୫.୧୭ ପର୍ଯ୍ୟନ୍ତ । ଘାତ ବାର- ବୃଷ,ସିଂହ ଓ କନ୍ୟା।

Capricorn

ମକର

Saturday 07 Oct 2023

ଉ, ଷାଢା- ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ରହୁଥିବା ସ୍ଥାନ ପରିବର୍ତନ କରିପାରନ୍ତି ।

ଶ୍ରବଣା- ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ ।

ଧନିଷ୍ଠା- ସମ୍ପତି ପାଇଁ ସାମାନ୍ୟ ମତାନ୍ତର ସୃଷ୍ଟି ହୋଇପାରେ । ମହିଳା ମାନେ ସତ୍ତସଙ୍ଗ ଓ  ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି । ବିବାଦୀୟ ପରିସ୍ଥିତିକୁ ମନ ବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି ।   

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ