• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th October 2024: ଆଜି ଏହି ରାଶିର ବ୍ୟକ୍ତି ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୭ ତାରିଖ ସୋମବାର । ଚନ୍ଦ୍ର- ବିଛା ଅହୋରାତ୍ର ,ତିଥି- ୪ର୍ଥୀ ଦିବା ୦୯.୫୭ ଗତେ ୫ମୀ,ଘାତଚନ୍ଦ୍ର- ନାସ୍ତି ,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Sagittarius

ଧନୁ

Monday 07 Oct 2024

ମୂଳା- ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିପାରନ୍ତି । ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବୋଧ ବିଶେଷ ବାଧିବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ ।

ପୂ,ଷାଢା- ସାମନାରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ପଡ଼ୋଶୀ ସହଯୋଗରୁ କୌଣସି କାମ ଅଟକିବ ନାହିଁ। ଆଲୋଚନା କ୍ଷେତ୍ରରେ ବ୍ୟସ୍ତ ଯୋଗୁ କେତେକ କାମ ଠିକ୍ ସମୟରେ କରିପାରିବେ ନାହିଁ।

ଉ,ଷାଢା- ପାରିବାରିକ ଜୀବନର ଅକୁହା କଥାକୁ ଲୁଚାଇ ରଖି ହସି ହସି କଥା କହିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ସାହିତ୍ୟ, ସାମ୍ବାଦିକତା ଓ ଏଜେନଶିପ୍ରୁ ଖୁସି ରହିବେ।

ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ